ପୃଷ୍ଠା:Akashare Luchakali.pdf/୯

ଉଇକିପାଠାଗାର‌ରୁ
ଏହି ପୃଷ୍ଠାଟି ବୈଧ ହୋଇସାରିଛି

ଆକାଶରେ ଲୁଚକାଳି

ସବୁରୁ ଆଜି ଆମେ ଅନେକ ପୁରୁଣା କଥା ଜାଣିପାରୁଛେ । ପ୍ରାୟ ସବୁ ସଭ୍ୟତାରେ କିଛି ମଣିଷ ଏଭଳି କାମରେ ଲାଗିଥିଲେ ।

ଆକାଶରେ କେତେ ଦଉଡ

ସେହି ବିଜ୍ଞାନୀମାନଙ୍କ ଚେଷ୍ଟାରେ ମଣିଷ ସୂର୍ଯ୍ୟ ଚନ୍ଦ୍ର ଗ୍ରହ ତାରା ଆଦିଙ୍କର ଅସଲ ରୂପକୁ ବୁଝିପାରିଲା । ଆଜି ବିଶ୍ୱ ବା ସୌରଜଗତ କହିଲେ ଯେଉଁ ଚିତ୍ର ଆମ ମନରେ ଆସୁଛି ତାହା କେତେ କେତେ ବିଜ୍ଞାନୀଙ୍କର ଶହ ଶହ ବର୍ଷର କାମର ଫଳ । ଆଜିର ଚିତ୍ରରେ ସୂର୍ଯ୍ୟ ହେଉଛି ଗୋଟିଏ ତାରା । ସୂର୍ଯ୍ୟର ଚାରିପଟେ ଅନ୍ୟ କେତେ ଗ୍ରହ ଭଳି ପୃଥିବୀ ମଧ୍ୟ ବୁଲୁଛି । ଚନ୍ଦ୍ର ହେଲା ପୃଥିବୀର ଉପଗ୍ରହ ଓ ସେ ପୃଥିବୀର ଚାରିପଟେ ବୁଲିଲା । ଏଭଳି ବୁଲିବା ଫଳରେ ଆମେ ଚନ୍ଦ୍ରର ବଦଳୁଥିବା ରୂପ ଦେଖିଲେ । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀର ଆକାର, ଦୂରତା ଭଳି ଅନେକ ଅଥା ବି ମଣିଷ ଜାଣିଲା ।

ଆଗରୁ ମଣିଷ ଆକାଶରେ କେତେ ଦଉଡ ଦେଖିଥିଲା । ସୂର୍ଯ୍ୟ ଚନ୍ଦ୍ର ତାରା ପୂର୍ବରେ ଉଇଁ ପଶ୍ଚିମରେ ବୁଡୁଥିଲେ । ତା'ପରଦିନ ପୁଣି ଉଦୟ ହେଉଥିଲେ । ପ୍ରତି ୨୪ ଗଣ୍ଟାରେ ସେମାନେ ପୃଥିବୀ ଚାରିପଟେ ଥରେ ଘୂରିଲା ଭଳି ଲାଗୁଥିଲା । କିନ୍ତୁ ପ୍ରକୃତରେ ଏହା ଥିଲା ପୃଥିବୀର ଚକା ଭଉଁରୀ ଖେଳର ଫଳ । ପୃଥିବୀ